Weather Update: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରୀ। ତାତି ପାଇଁ ସକାଳ ୮ଟା ପରୁ ଘରୁ ବାହାରିବା ମୁସ୍କିଲ୍ ହୋଇପଡୁଛି । ଜରୁରୀ କାମ ନ ଥିଲେ ଲୋକେ ବାହାରକୁ ଯିବା ପାଇଁ ମନ ବଳାଉ ନାହାଁନ୍ତି। ଆଉ ଘରୁ ବାହାରକୁ ଯିବା ସମୟରେ ହାତରେ ପାଣି ବୋତଲ ଓ ଛତା ନବାକୁ ବି ଭୁଲୁ ନାହାଁନ୍ତି । ତେବେ, ଆଜି ମଧ୍ୟ ତାତିର ପ୍ରକୋପ ରାଜ୍ୟରେ ଜାରି ରହିଛି ।
Trending Photos
Weather Update: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରୀ। ତାତି ପାଇଁ ସକାଳ ୮ଟା ପରୁ ଘରୁ ବାହାରିବା ମୁସ୍କିଲ୍ ହୋଇପଡୁଛି । ଜରୁରୀ କାମ ନ ଥିଲେ ଲୋକେ ବାହାରକୁ ଯିବା ପାଇଁ ମନ ବଳାଉ ନାହାଁନ୍ତି। ଆଉ ଘରୁ ବାହାରକୁ ଯିବା ସମୟରେ ହାତରେ ପାଣି ବୋତଲ ଓ ଛତା ନବାକୁ ବି ଭୁଲୁ ନାହାଁନ୍ତି । ତେବେ, ଆଜି ମଧ୍ୟ ତାତିର ପ୍ରକୋପ ରାଜ୍ୟରେ ଜାରି ରହିଛି । ସକାଳୁ ସକାଳୁ ଅସହ୍ୟ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡି଼ଛନ୍ତି ରାଜ୍ୟବାସୀ। ତେବେ ସୋମବାର ପାଇଁ ସିଭିୟର ହିଟୱେଭ୍ ନେଇ ୧୫ ଜିଲ୍ଲାକୁ ରେଡ୍ ଓ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଆଜି ଦିନ ୨ ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା
କେନ୍ଦୁଝର: ୪୩ °C
ଝାରସୁଗୁଡା: ୪୨.୮ °C
ସମ୍ବଲପୁର: ୪୨.୬ °C
ହୀରାକୁଦ: ୪୧.୮ °C
ରାଉରକେଲା:୪୧.୮ °C
ବାଲେଶ୍ୱର: ୪୧.୪ °C
ଭୁବନେଶ୍ୱର: ୪୧.୩ °C
ଚାନ୍ଦବାଲି: ୪୦.୭ °C
ପୁରୀ: ୩୪.୬ °C
ଗୋପାଳପୁର: ୩୩.୨ °C
ପାରାଦୀପ: ୩୩.୧ °C— Meteorological Centre, Bhubaneswar (@mcbbsr) April 29, 2024
ତେବେ ଆଜି ଦିନ ୨ ଟା ୩୦ ସୁଦ୍ଧା କେନ୍ଦୁଝରରେ ୪୩ ଡିଗ୍ରୀ, ଝାରସୁଗୁଡାରେ ୪୨.୮ ଡିଗ୍ରୀ, ସମ୍ବଲପୁରରେ ୪୨.୬ ଡିଗ୍ରୀ, ,ହୀରାକୁଦରେ ୪୧. ୮ ଡିଗ୍ରୀ, ରାଉରକେଲାରେ ୪୧.୮ ଡିଗ୍ରୀ,ବାଲେଶ୍ୱରରେ ୪୧.୪ ଡିଗ୍ରୀ, ଭୁବନେଶ୍ୱରରେ ୪୧ ଡିଗ୍ରୀ ,ଚାନ୍ଦବାଲିରେ ୪୦.୭ ଡିଗ୍ରୀ ,ପୁରୀରେ ୩୪.୬ ଡିଗ୍ରୀ, ଗୋପାଳପୁରରେ ୩୩.୨ ଡିଗ୍ରୀ ଓ ପାରାଦୀପ: ୩୩.୧ ଡିଗ୍ରୀ ତାପମାତ୍ରା ରେକର୍ଡ଼ କରାଯାଇଛି।
ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟକୁ ପଶ୍ଚିମ, ଉତ୍ତର ପଶ୍ଚିମ ଦିଗରୁ ଉଷ୍ଣ ବାୟୁ ପ୍ରବାହ କରୁଛି । ଦିନ ବେଳା ସାମୁଦ୍ରିକ ପବନ ରାଜ୍ୟ ମଧ୍ୟକୁ ପ୍ରବାହ କରୁନାହିଁ । ଫଳରେ ଉତ୍ତାପ ବୃଦ୍ଧି ପାଉଛି । ଉଷ୍ଣ ଶୁଷ୍କ ବାୟୁ ପ୍ରବାହ ଫଳରେ ଅସହ୍ୟ ତାତିରେ ଜଳୁଛି ସାରା ଓଡ଼ିଶା । ତେବେ ସପ୍ତାହେ ହେବ ଏପରି ପ୍ରଚଣ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଗକୁ ଆହୁରି ୩ ଦିନ ଏପରି ସ୍ଥିତି ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।