Gold Rate Today: ପୁଣି ରେକର୍ଡ଼ ଭାଙ୍ଗିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ ଅଛି ରେଟ୍?
Advertisement
Article Detail0/zeeodisha/odisha2248916

Gold Rate Today: ପୁଣି ରେକର୍ଡ଼ ଭାଙ୍ଗିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ ଅଛି ରେଟ୍?

Gold Silver Price: ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ ।  ଚଳିତ ବର୍ଷ ରେକର୍ଡ଼ ଭାଙ୍ଗିଛି ସୁନା ଦର ବୃଦ୍ଧି। ଦର ବୃଦ୍ଧି ଗ୍ରାହକଙ୍କ  ହୋସ୍ ଉଡାଇଛି। ଗତକାଲି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ମୂଲ୍ କମ୍ ଥିବା ବେଳେ ଆଜି ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି। 

Gold Rate Today: ପୁଣି ରେକର୍ଡ଼ ଭାଙ୍ଗିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ ଅଛି ରେଟ୍?

Gold Silver Price: ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ ।  ଚଳିତ ବର୍ଷ ରେକର୍ଡ଼ ଭାଙ୍ଗିଛି ସୁନା ଦର ବୃଦ୍ଧି। ଦର ବୃଦ୍ଧି ଗ୍ରାହକଙ୍କ  ହୋସ୍ ଉଡାଇଛି। ଜଣେ ମଧ୍ୟବିତ ପରିବାରର ଲୋକେ ଏବେ ସୁନା ଗହଣା କିଣିବା ପାଇଁ ସାହାସ ବି କରିପାରୁ ନାହାଁନ୍ତି । ଗତକାଲି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ମୂଲ୍ କମ୍ ଥିବା ବେଳେ ଆଜି ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି। ଯଦି ଆପଣ ଆଜି ସୁନା ଗହଣା କିଣିବାକୁ ଯୋଜନା କରୁଛନ୍ତି । ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର? 

ALSO READ: Petrol Diesel Price Today: ଭୁବନେଶ୍ବରରେ ଶସ୍ତା ହେଲା ପେଟ୍ରୋଲ -ଡିଜେଲ, ଲିଟର ପିଛା ଦର ରହିଛି ଏତିକି ଟଙ୍କା

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭, ୧୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୩, ୨୫୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୪୦୦ ଓ  ୨୪ କ୍ୟାରେଟରେ ୪୩୦ ଟଙ୍କା ବୃଦ୍ଧି ହୋଇଛି। ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୩୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୩,୪୦୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୪୦୦ ଓ  ୨୪ କ୍ୟାରେଟରେ  ୪୩୦ ଟଙ୍କା ବୃଦ୍ଧି ହୋଇଛି।  ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ  ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭, ୧୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୩,୨୫୦ ଟଙ୍କା ରହିଛି । ୨୨ କ୍ୟାରେଟରେ ୪୦୦ ଓ ୨୪ କ୍ୟାରେଟରେ ୪୩୦ ଟଙ୍କା ଦର ବଢିଛି। 

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୩,୩୬୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୩୫୦ ଓ ୨୪ କ୍ୟାରେଟରେ ୩୮୦ ଟଙ୍କା ବୃଦ୍ଧି ପାଇଛି। ସେହିକ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୧୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୭୩,୨୫୦ ଟଙ୍କା ରହିଛି । ତେବେ, ୨୨ କ୍ୟାରେଟ୍ ରେ ୪୦୦ ଓ ୨୪ କ୍ୟାରେଟରେ ୪୩୦ ଟଙ୍କା ଦର ବଢିଛି।  ଏବଂ ରୂପା କେଜି ପିଛା ୩୦୦ ଟଙ୍କା ବୃଦ୍ଧି ପାଇ ଦର ୯୧,୦୦୦ ଟଙ୍କାରେ ପହଞ୍ଚିଛି।