Weather Update: ଆଜି ୫ଟି ଜିଲ୍ଲାରେ ବର୍ଷା ସମ୍ଭାବନା, ଏହି ଦିନଠାରୁ ପାଗରେ ଆସିବ ପରିବର୍ତ୍ତନ
Advertisement
Article Detail0/zeeodisha/odisha2133325

Weather Update: ଆଜି ୫ଟି ଜିଲ୍ଲାରେ ବର୍ଷା ସମ୍ଭାବନା, ଏହି ଦିନଠାରୁ ପାଗରେ ଆସିବ ପରିବର୍ତ୍ତନ

Weather Update:  ଆନ୍ଧ୍ର ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ପ୍ରବେଶ କରୁଥିବାରୁ ପାଗ ମେଘୁଆ ରହିବା ସହ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ତଳେ ରହୁଛି । ତେବେ ଆସନ୍ତା ମାର୍ଚ୍ଚ ୨ ତାରିଖରୁ ବାୟୁ ପ୍ରବାହର ଦିଗ ପରିବର୍ତ୍ତନ ହେବା ସହ ତାତି ବଢିବ ।

Weather Update: ଆଜି ୫ଟି ଜିଲ୍ଲାରେ ବର୍ଷା ସମ୍ଭାବନା, ଏହି ଦିନଠାରୁ ପାଗରେ ଆସିବ ପରିବର୍ତ୍ତନ

Weather Update: ଗୁରୁବାର ରାଜ୍ୟର ୫ଟି ଜିଲ୍ଲାରେ ବର୍ଷା (Rain) ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଖାସ୍ କରି ନୂଆପଡ଼ା, କଳାହାଣ୍ତି , ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ବର୍ଷା ନେଇ ସମ୍ଭାବନା  ରହିଛି । ତେବେ ଏହାପରଠାରୁ ପାଗ ପ୍ରାୟତଃ ଶୁଣିଲା ରହିବ ବୋଲି ପାଣିପାଗ ବିଭାଗ (Bhubaneswar Meteorological Department) ପକ୍ଷରୁ ଆକଳନ କରାଯାଇଛି ।

ସୂଚନାଯୋଗ୍ୟ, ଆନ୍ଧ୍ର ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ପ୍ରବେଶ କରୁଥିବାରୁ ପାଗ ମେଘୁଆ ରହିବା ସହ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ତଳେ ରହୁଛି । ତେବେ ଆସନ୍ତା ମାର୍ଚ୍ଚ ୨ ତାରିଖରୁ ବାୟୁ ପ୍ରବାହର ଦିଗ ପରିବର୍ତ୍ତନ ହେବା ସହ ତାତି ବଢିବ । ଦିନର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍ ରହିବ । ତେବେ ଏହାପରେ ମାର୍ଚ୍ଚ ୭ରୁ ତାପମାତ୍ରା ଆହୁରି ବଢିବା ସହ ୩୮ ଡିଗ୍ରୀ ସେଲସିୟସ୍ ଛୁଇଁବ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଗାମୀ ୩ରୁ ୪ ଦିନ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ।

ବୁଧବାର ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୬.୬ ଡିଗ୍ରୀ ଓ ଭୁବନେଶ୍ବରରେ ୩୫.୬ ଡିଗ୍ରୀ ସେଲସିୟସ୍ ରେର୍କଡ଼ କରାଯାଇଥିଲା  । ବର୍ତ୍ତମାନ ରାତିର ସର୍ବନିମ୍ନ ତାପମାତ୍ରା ୨୧ ଡିଗ୍ରୀ ତଳେ ରହୁଛି ।