Gold Silver Price: ଗ୍ରାହକଙ୍କ ପାଇଁ ଖୁସି ଖବର। ଆଜିବି ଖସିଲା ସୁନା ରେଟ୍। ବର୍ତ୍ତମାନ, ଦେଶରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍ ପିଛା ୬୦ ହଜାର ପାର୍ କରି ସାରିଛି। ଯଦି ଆପଣ ଆଜି ସୁନା କିଣିବା ପାଇଁ ଆଜି ଯୋଜନା କରୁଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର।...
Trending Photos

ALSO READ: Budh Guru Yuti 2024: ମେଷ ରାଶିରେ ବୁଧ-ବୃହସ୍ପତିଙ୍କ ମହାମିଳନ, ଧନବାନ୍ ହେବେ ଏହି ସବୁ ରାଶି
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୦,୩୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୬୫,୮୭୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ ଓ ୨୪ କ୍ୟାରେଟରେ ୧୦ ଟଙ୍କା ହ୍ରାସ ହୋଇଥିବା ଦେଖିବାକୁ ମିଳିଛି । ସେହିପରି, ରୂପା କେଜି ପିଛା ୧୦୦ ଟଙ୍କା ହ୍ରାସ ହୋଇ ଦର ୭୭,୯୦୦ ଟଙ୍କାରେ ପହଞ୍ଚିଛି।
ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୦,୫୨୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୬୬,୦୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟରେ ମାତ୍ର ୧୦ ଟଙ୍କା ହ୍ରାସ ହୋଇଛି। ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୦,୩୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୬୫,୮୬୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟରେ ୧୦ ଟଙ୍କା ଦର ଖସିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୦,୯୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୬୬,୪୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟରେ ମାତ୍ର ୧୦ ଟଙ୍କା ହ୍ରାସ ପାଇଛି। ସେହିକ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୦,୩୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୬୫,୮୬୦ ଟଙ୍କା ରହିଛି । ତେବେ, ୨୨ ଓ ୨୪ କ୍ୟାରେଟରେ ମାତ୍ର ୧୦ ଟଙ୍କା ଦର ହ୍ରାସ ପାଇଛି। ଏବଂ ରୂପା କେଜି ପିଛା ୧୦୦ ଟଙ୍କା ହ୍ରାସ ପାଇ ଦର ୭୯,୯୦୦ ଟଙ୍କାରେ ପହଞ୍ଚିଛି।