Gold Price: ଏତିକି ଟଙ୍କା ଖସିଲା ସୁନା ରେଟ୍, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ ରହିଛି ଦର?
Advertisement
Article Detail0/zeeodisha/odisha2239444

Gold Price: ଏତିକି ଟଙ୍କା ଖସିଲା ସୁନା ରେଟ୍, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ ରହିଛି ଦର?

Gold And Silver Price Today: ଦିନକ ପରେ ଅକ୍ଷୟ ତୃତୀୟା । ଆଉ ତା ପୂର୍ବରୁ ଖସିଛି ସୁନା ରେଟ୍। ଯଦି ଆପଣ ଆଜି ସୁନା ଗହଣା କିଣିବାକୁ ଯୋଜନା କରୁଛନ୍ତି । ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର?

Gold Price: ଏତିକି ଟଙ୍କା ଖସିଲା ସୁନା ରେଟ୍, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ ରହିଛି ଦର?

Gold And Silver Price Today: ଦିନକ ପରେ ଅକ୍ଷୟ ତୃତୀୟା । ଆଉ ତା ପୂର୍ବରୁ ଖସିଛି ସୁନା ରେଟ୍। ଗତକାଲି ସୁନା ଦର ବୃଦ୍ଧି ପାଇଥିବା ବେଳେ ଆଜି ପୁଣି ଦରରେ ପରିବର୍ତ୍ତନ ହୋଇଛି। ଯାହା ଗ୍ରାହକଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା ଗହଣା କିଣିବାକୁ ଯୋଜନା କରୁଛନ୍ତି । ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର?

ALSO READ: Weather Update: ତାତିରୁ ମିଳିବ ଆଶ୍ବସ୍ତି; ଆଜି ଘଡ଼ଘଡି଼ ସହ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି!

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬, ୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍  ୭୨, ୨୭୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୧୦୦ ଓ  ୨୪ କ୍ୟାରେଟରେ ୧୧୦ ଟଙ୍କା ଦର କମିଛି। ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୪୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୨,୪୨୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୧୦୦ ଓ  ୨୪ କ୍ୟାରେଟରେ ୧୧୦ ଟଙ୍କା ହ୍ରାସ ପାଇଛି। ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ  ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬, ୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୨,୨୭୦ ଟଙ୍କା ରହିଛି । ୨୨ କ୍ୟାରେଟରେ ୧୦୦ ଓ ୨୪ କ୍ୟାରେଟରେ ୧୧୦ ଟଙ୍କା ଦର ଖସିଛି।  

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୩୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୨,୩୩୦ ଟଙ୍କା ରହିଛି। ୨୨ ଓ ୨୪  କ୍ୟାରେଟ୍ ରେ ୧୦୦ ଟଙ୍କା ହର ଖସିଛି। ସେହିକ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୭୨,୨୭୦ ଟଙ୍କା ରହିଛି । ତେବେ, ୨୨ କ୍ୟାରେଟ୍ ରେ ୧୦୦ ଓ ୨୪ କ୍ୟାରେଟରେ ୧୧୦ ଟଙ୍କା ଦର ହ୍ରାସ ପାଇଛି।  ଏବଂ ରୂପା କେଜି ପିଛା ଦର ୮୮,୫୦୦ ଟଙ୍କା ରହିଛି।