Gold Rate Today: ଆଜି ଖସିଲା ସୁନା ଦର, ଓଡ଼ିଶାରେ ଗ୍ରାମ୍ ପିଛା ସୁନା....
Advertisement
Article Detail0/zeeodisha/odisha2165563

Gold Rate Today: ଆଜି ଖସିଲା ସୁନା ଦର, ଓଡ଼ିଶାରେ ଗ୍ରାମ୍ ପିଛା ସୁନା....

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କାଲି ସୁନା ଦରରେ ବୃଦ୍ଧି ଘଟିଥିବା ବେଳେ ଆଜି ପୁଣି ଗ୍ରାମ ପିଛା ୪୦ ଟଙ୍କା ଖସିଥିବା ଦେଖିବାକୁ ମିଳିଛି। ମାତ୍ର ଏହା ଗ୍ରାହକଙ୍କୁ ସେତେଟା ଖୁସି କରି ପାରିନାହିଁ, କାରଣ ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଉ କିଛି ଦିନରେ ୧୦ ଗ୍ରାମ ପିଛା ୭୦ ହଜାର ପାର୍ କରିବାକୁ ଯାଉଛି।

Gold Rate Today: ଆଜି ଖସିଲା ସୁନା ଦର, ଓଡ଼ିଶାରେ ଗ୍ରାମ୍ ପିଛା ସୁନା....

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କାଲି ସୁନା ଦରରେ ବୃଦ୍ଧି ଘଟିଥିବା ବେଳେ ଆଜି ପୁଣି ଗ୍ରାମ ପିଛା ୪୦ ଟଙ୍କା ଖସିଥିବା ଦେଖିବାକୁ ମିଳିଛି। ମାତ୍ର ଏହା ଗ୍ରାହକଙ୍କୁ ସେତେଟା ଖୁସି କରି ପାରିନାହିଁ, କାରଣ ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଉ କିଛି ଦିନରେ ୧୦ ଗ୍ରାମ ପିଛା ୭୦ ହଜାର ପାର୍ କରିବାକୁ ଯାଉଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୦,୮୦୦ ଟଙ୍କା ରହିଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୬,୩୩୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୬୦,୮୦୦  ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୬,୩୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୯,୭୪୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬୦,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୬,୩୩୦  ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି  ୪୯,୭୪୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୬୧,୪୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୬,୯୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫୦,୩୦୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୬୦,୯୫୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୫,୮୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୯,୫୭୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୬୦,୮୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୬,୩୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ  ୪୯,୭୪୦ ଟଙ୍କା ରହିଛି ।