Gold Rate Today: ଚିନ୍ତା ବଢ଼ାଇଛି ସୁନା ଦର, ଓଡିଶାରେ ଭରି ପିଛା...
Advertisement
Article Detail0/zeeodisha/odisha2192650

Gold Rate Today: ଚିନ୍ତା ବଢ଼ାଇଛି ସୁନା ଦର, ଓଡିଶାରେ ଭରି ପିଛା...

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କାଲି ସୁନା ଦରରେ ହ୍ରାସ ଘଟିଥିବା ବେଳେ ଆଜି ରବିବାରରେ ଦରରେ ସ୍ଥିରତା ଦେଖିବାକୁ ମିଳିଛି। ମାତ୍ର ଏହା ଗ୍ରାହକଙ୍କୁ ସେତେଟା ଖୁସି କରି ପାରିନାହିଁ, କାରଣ ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଉ କିଛି ଦିନରେ ୧୦ ଗ୍ରାମ ପିଛା ୬୫ ହଜାର ପାର୍ କରିଛି। 

Gold Rate Today: ଚିନ୍ତା ବଢ଼ାଇଛି ସୁନା ଦର, ଓଡିଶାରେ ଭରି ପିଛା...

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କାଲି ସୁନା ଦରରେ ହ୍ରାସ ଘଟିଥିବା ବେଳେ ଆଜି ରବିବାରରେ ଦରରେ ସ୍ଥିରତା ଦେଖିବାକୁ ମିଳିଛି। ମାତ୍ର ଏହା ଗ୍ରାହକଙ୍କୁ ସେତେଟା ଖୁସି କରି ପାରିନାହିଁ, କାରଣ ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଉ କିଛି ଦିନରେ ୧୦ ଗ୍ରାମ ପିଛା ୬୫ ହଜାର ପାର୍ କରିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୫,୩୫୦ ଟଙ୍କା ରହିଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୭୧,୨୯୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୬୫,୩୫୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୧,୨୯୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫୩,୪୭୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬୫,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି  ୭୧,୨୯୦  ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫୩,୪୭୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୬୬,୧୫୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୨,୧୬୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫୪,୧୯୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୬୫,୫୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୧,୪୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫୩,୪୭୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୬୫,୩୫୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୧,୨୯୦  ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ  ୫୩,୪୭୦ ଟଙ୍କା ରହିଛି ।