Phagu Dashami 2024: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ। ଏଥିପାଇଁ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ ପ୍ରମୁଖ ଯାତ୍ରା । ଫଗୁ ଦଶମୀରେ ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିବେ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.